ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନବମ ଓ ଏକାଦଶ କ୍ଲାସକୁ ନେଇ ଏକ ଗୁରୁତ୍ଵପୂର୍ଣ୍ଣ ନିଷ୍ପତି ନେଇଛନ୍ତି । ଏପ୍ରିଲ ୩୦ ଯାଏ ଏହି ଦୁଇଟି କ୍ଲାସ ବାତିଲ କରାଯାଇଛି ।ଏଥିସହିତ ନବମ ଓ ଏକାଦଶ ପିଲା ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ନିୟମ ଉଭୟ ସରକାର ଓ ବେସରକାରୀ ସ୍କୁଲ ପାଇଁ ବଳବତ୍ତର ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ବିଭାଗର ସମସ୍ତ ନିର୍ଦ୍ଦେଶକ ଓ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି । ଆବଶ୍ୟକ ସ୍ଥଳେ ସ୍କୁଲ୍ କର୍ତ୍ତୃପକ୍ଷ ଅନଲାଇନ୍ ପାଠପଢ଼ା ଜାରି ରଖିବାକୁ କୁହାଯାଇଛି ।
ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ାକୁ ସ୍ଥଗିତ ରଖାଯାଇଥିବା ବେଳେ ଏପ୍ରିଲ୍ ୨୫ ଯାଏ ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ୍ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଜାରି ରହିବ । ଶ୍ରେଣୀଗୃହ ଓ ବିଦ୍ୟାଳୟ ପରିସରରେ କୋଭିଡ୍ କଟକଣାକୁ ମାନ ମୁହଁରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ବାରମ୍ବାର ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଇଛି । ହଷ୍ଟେଲରେ ମଧ୍ୟ କୋଭିଡ୍ ନିୟମ ପାଳନ ନେଇ ନିର୍ଦ୍ଦେଶ ଦିଆଯାଇଛି । ଏହି ନିୟମ ଆସନ୍ତା କାଲିଠୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।