ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ସର୍ବୋଚ୍ଚ ସ୍ତରରେ ପହଞ୍ଛିଛି । ପୂର୍ବ ବର୍ଷର ରେକର୍ଡକୁ ଚଳିତ ବର୍ଷ ଅତିକ୍ରମ କରିସାରିଛି । ତେବେ ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୪ହଜାର ଅତିକ୍ରମ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୭୬୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୨୭୮୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭୬ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ରହିଛି । ୭ଟି ଜିଲ୍ଲାରେ ୧୦୦ ଉପରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସବୁଠୁ ଅଧିକ ସ୍ଥିତି ସଙ୍ଗୀନ ରହିଛି ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରେ । ଖୋର୍ଦ୍ଧାରେ ୮୨୦ ସଂକ୍ରମିତ ସଂଖ୍ୟା ରହିଥିବା ବେଳେ ସୁନ୍ଦରଗଡରେ ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ତେବେ ଅନ୍ୟ ଜିଲ୍ଲା ଗୁଡିକରୁ ଅନୁଗୁଳରୁ ୮୧, ବାଲେଶ୍ବରରୁ ୮୪, ବରଗଡ଼ରୁ ୧୯୮, ଭଦ୍ରକରୁ ୬୩, ବଲାଙ୍ଗୀରରୁ ୩୨୨, ବୌଦ୍ଧରୁ ୨୩, କଟକରୁ ୧୭୬, ଦେବଗଡ଼ରୁ ୩୧, ଢେଙ୍କାନାଳରୁ ୬, ଗଜପତିରୁ ୩୧, ଗଞ୍ଜାମରୁ ୪୯, ଜଗତସିଂହପୁରରୁ ୨୨, ଯାଜପୁରରୁ ୮୬, ଝାରସୁଗୁଡ଼ାରୁ ୨୩୪, କଳାହାଣ୍ଡିରୁ ୧୬୭, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୫୦, କେନ୍ଦୁଝରରୁ ୧୦୩, କୋରାପୁଟରୁ ୩୧, ମାଲକାନଗିରିରୁ ୬, ମୟୂରଭଞ୍ଜରରୁ ୮୬, ନବରଙ୍ଗପୁରରୁ ୧୫୪, ନୟାଗଡ଼ରୁ ୬୩, ନୂଆପଡ଼ାରୁ ୫୩୪, ପୁରୀରୁ ୧୯୩, ରାୟଗଡ଼ାରୁ ୬୦, ସମ୍ବଲପୁରରୁ ୧୮୩, ସୋନପୁରରୁ ୪୭ ଓ ଷ୍ଟେଟ୍ ପୁଲରୁ ୧୬୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।