ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ରହିଛି । ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୮ ହଜାର ଉପରେ ରହିଛି । ତେବେ ସବୁଠୁ ଅଧିକ ଚିନ୍ତାର କାରଣ ସାଜିଛି ରାଜଧାନୀ ଭୁବନେଶ୍ଵର । ଖୋର୍ଦ୍ଧା ଜିଲ୍ଲାରେ ୧୮୪୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୦୪୪ ଜଣ ଆକ୍ରାନ୍ତ ବିଏମସି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସଂକ୍ରମଣକୁ ଦୃଷ୍ଟିରେ ରଖି ଅଧିକ ସଂକ୍ରମିତ ଚିହ୍ନଟ ହେଉଥିବା ଅଞ୍ଚଳର ତାଲିକା ପ୍ରସ୍ତୁତ କରିଛି ବିଏମସି । ଅଧିକ ସ୍କ୍ୱାଡ ଗଠନ ସହ ଏନଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯିବ । ଏନେଇ ବିଏମସି ଡେପୁଟି କମିଶନର ତଥା ନୋଡାଲ ଅଫିସର ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି ।