ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ ପୁଣି ୮ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୮୬୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୪୮ ଜଣ ଓ ସ୍ଥାନୀୟ ସଂକ୍ରମିତ ୩୭୩୩ ଜଣ ଥିବା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ୩୮୦୪୦୦ଜଣ ସୁସ୍ଥ ହୋଇଥିବା ବେଳେ ଏବେ ବି ରାଜ୍ୟରେ ୬୧୬୯୮ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ସୁନ୍ଦରଗଡ଼ରୁ ୭୪୫, କଟକରୁ ୫୭୦ ଓ ପୁରୀରୁ ୫୧୪, ଅନୁଗୁଳ ଜିଲ୍ଲାରୁ ୪୧୯, ବାଲେଶ୍ୱରରୁ ୧୫୫, ବଲାଙ୍ଗୀରରୁ ୪୫୯, ବରଗଡ଼ରୁ ୪୨୩, ଭଦ୍ରକରୁ ୧୦୩, ଝାରସୁଗୁଡ଼ାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮, ଯାଜପୁରରୁ ୩୨୧, ନୂଆପଡ଼ାରୁ ୩୦୪, ମାଲକାନଗିରରିୁ ୩୪, ବୌଦ୍ଧରୁ ୫୭, ଢେଙ୍କାନାଳରୁ ୩୩ ଓ ଜଗତସିଂହପୁରରୁ ୨୧ ଜଣ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, କନ୍ଧମାଳରୁ ୫୪, ନୟାଗଡ଼ରୁ ୧୬୦, ରାୟଗଡ଼ାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଦେବଗଡ଼ରୁ ୧୦୨, ମୟୂରଭଞ୍ଜରୁ ୨୨୦, ସୋନପୁରରୁ ୯୮ ଓ ଷ୍ଟେଟ୍ ପୁଲରୁ ୨୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।