ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତନ ଠାରୁ ୩.୧ କିମି ରୁ ୫.୮ କିମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଜି ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ୨୪ ତାରିଖ ବେଳକୁ ଘନୀଭୂତ ହୋଇ ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହିତ ଆହୁରି ଘନୀଭୂତ ହୋଇ ୨୬ ତାରିଖ ସକାଳ ସମୟରେ ଉତ୍ତର ବଙ୍ଗୋପସାଗର ତଥା ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଛି ।
ତେବେ ଏହାର ପ୍ରଭାବରେ ଆଜି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ମେଘୁଆ ପାଗ ରହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ ଏବଂ ଉତ୍ତର ବଙ୍ଗୋପସାଗର ତଥା ଓଡ଼ିଶା ଉପକୂଳ ମଧ୍ୟକୁ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବେଶ ନ କରିବାକୁ ପରାମର୍ଶ ଦିଆଯାଇଛି।