ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି। ଆସନ୍ତାକାଲି ଏହା ଅବପାତର ରୂପ ନେବ । ୨୪ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ତେବେ ୨୫ ତାରିଖରେ ଏହା ଭେରୀ ସିଭିୟର ସାଇକ୍ଲୋନିକ ଷ୍ଟ୍ରମରେ ପରିଣତ ହେବ । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ବୋଲି ଜଣାପଡ଼ିଛି । ଉତ୍ତର ଓଡିଶା, ବଙ୍ଗଳାଦେଶ ଓ ପଶ୍ଚିମ ବଙ୍ଗ ଉପରେ ଏହାର ପ୍ରଭାବ ପଡ଼ିବ । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।
୨୬ ତାରିଖ ସକାଳେ ପଶ୍ଚିମବଙ୍ଗ ଏବଂ ତତସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ବାଂଲାଦେଶ ଉପକୂଳକୁ ଏହା ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବାତ୍ୟା ପ୍ରଭାବରେ ୨୪ ତାରିଖରୁ ପବନ ଆରମ୍ଭ ହେବ । ୨୫ ତାରିଖରେ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆଜି ମଧ୍ଯ ଓଡ଼ିଶାର ଉପକୂଳର୍ବୀ ଜିଲ୍ଲା ଗୁଡ଼ିକରେ ଦିନ ୧୦ ଟା ପରଠୁ ମେଘୁଆ ପାଗ ରହିଛି ।