ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇପାରେ । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ଘୂର୍ଣ୍ଣିଝଡ ହେବାର ସମ୍ଭାବନା ମଧ୍ୟ ରହିଛି।
ଏହି ଲଘୁଚାପ ୨୫ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇ ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ବାଲେଶ୍ୱର, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗିର, କଟକ, ନୂଆପଡ଼ା, ନୟାଗଡ଼, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପା।ରେ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।