ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର :ଗତ କାଲି ବିଳମ୍ଵିତ ରାତିରେ ଓଡିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ଙ୍କ ଧର୍ମପତ୍ନୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ଶ୍ରୀମତୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇ ସେ ଗତ ନଭେମ୍ବର ୧ ତାରିଖରୁ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ମୃତ୍ୟୁ ହୋଇଛି ।
ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ପ୍ରେରଣାଦାୟୀ, ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଫେସର୍ ଗଣେଶୀ ଲାଲ୍ ଏବଂ ତାଙ୍କ ପରିବାରର ଅନ୍ୟ ଶୋକଭିଭୂତ ସଦସ୍ୟମାନଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।
Deeply saddened to learn about passing away of First Lady of the State, Smt Susheela Devi. She was a very warm and pious person. Convey my deep sympathy to Hon’ble @GovernorOdisha Prof Ganeshi Lal ji and family members. May her soul rest in peace.
— Naveen Patnaik (@Naveen_Odisha) November 23, 2020
ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ସୁଶିଳା ଦେବୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି।