ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଦକ୍ଷିଣ ଓଡିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୋସୁମୀ ବାୟୁ ଆଜି ଓଡିଶା ଛୁଇଁଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସାରା ରାଜ୍ୟରେ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ମୌସୁମୀ ପ୍ରଭାବରେ ଆଜିଠୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନକୁ ଭିତ୍ତି କରି ସମସ୍ତ ଜିଲ୍ଲା ପ୍ରଶାସନକୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ପାଣିପାଗ ବିଭାଗର ସୂଚନା ଅନୁସାରେ, ଉତ୍ତର ବଙ୍ଗୋସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହା ମୌସୁମୀ ପ୍ରବେଶର ଅନୁକୂଳ ପରିବେଶ ସୃଷ୍ଟି କରିବ। ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।