ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଗାନ୍ଧୀବାଦୀ ତଥା ପଦ୍ମଶ୍ରୀ ଉପାଧିରେ ଭୂଷିତ ପ୍ରଫେସର ରାଧାମୋହନଙ୍କ କରୋନାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା । ରାଜଧାନୀ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିଚ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କର ପରଲୋକରେ ବିଶିଷ୍ଟ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ, ରାଜନେତା ଓ ଶିକ୍ଷାବିତ୍ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି ।
Deeply saddened to know the passing away of Gandhian and Padma Shri awardee Prof Radhamohan. An economist turned environmentalist had distinguished contribution to sustainable organic farming. My thoughts and prayers are with the bereaved family members and well-wishers.
— Naveen Patnaik (@Naveen_Odisha) June 11, 2021
ନୟାଗଡ଼ର ରଙ୍ଗଣିପାଟଣାରେ ଜନ୍ମଲାଭ କରିଥିବା ଏହି ମହାନ ବ୍ୟକ୍ତି ସେ ଜୈବ କୃଷି ବିଶେଷଜ୍ଞ ଓ ଅର୍ଥନୀତି ପ୍ରଫେସର ଭାବେ ବେଶ୍ ଜଣାଶୁଣା ଥିଲେ । ସମାଜସେବା ପାଇଁ ରାଜ୍ୟ ସରକାର ତାଙ୍କୁ ‘ଉତ୍କଳ ସେବା ସମ୍ମାନ’ରେ ସମ୍ମାନିତ କରିଥିଲେ । ଏହାଛଡ଼ା ପରିବେଶ ସୁରକ୍ଷା ପାଇଁ ୟୁଏନଏପିର ‘ଗ୍ଲୋବାଲ ରୋଲ୍ ଫ୍ର ଅନର’ ପୁରସ୍କାର ପାଇଥିଲେ । ସେ ଶିକ୍ଷା, ଯୋଜନା ଓ ଜଳଛାୟା ମିଶନର ପରାମର୍ଶଦାତା କମିଟିର ସଦସ୍ୟ ରହିବା ଓଡ଼ିଶାର ସୂଚନା କମିଶନର ଭାବେ ଦାୟିତ୍ୱ ତୁଲାଇଥିଲେ । କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ଉପାଧିରେ ଭୂଷିତ କରାଯାଇଥିଲା ।