ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଜୁନ୍ ୨୧ ତାରିଖରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଆରମ୍ଭ ହେବାକୁ ଯାଉଛି ୟୁଟୁବ୍ କ୍ଲାସ । ଜୁନ୍ ୨୧ରୁ ଜୁଲାଇ ୨ ଯାଏ ଏହି କ୍ଲାସ୍ ଚାଲିବ । ୟୁଟ୍ୟୁବ୍ରେ ଲାଇଭ୍ କ୍ଲାସ୍ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ପଢ଼ାଯିବ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ରାଜ୍ୟ ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ, ଓସେପାର ପ୍ରକଳ୍ପ ନିର୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ଚିଠି ଲେଖି ଅବଗତ କରିଛନ୍ତି । ୟୁଟ୍ୟୁବ୍ରେ କ୍ଲାସ୍ ଲାଗି ୮ଟି ଜିଲ୍ଲାକୁ ଦାୟିତ୍ୱ ଦିଆଯାଇଛି ।
ତେବେ ପ୍ରଥମରୁ ତୃତୀୟ ଶ୍ରେଣୀ ଯାଏ ଗଣିତ ଓ ଓଡ଼ିଆ ଭାଷା ବିଷୟରେ ସକାଳ ୯ରୁ ୧୦ଟା ଯାଏ ଅଧ ଘଣ୍ଟାଏ ଲେଖା କ୍ଲାସ୍ ହେବ। ଚତୁର୍ଥରୁ ଅଷ୍ଟମ ଯାଏ ଇଂରାଜୀ, ଗଣିତ ଓ ଓଡ଼ିଆ ଭାଷା ବିଷୟରେ ସକାଳ ୯ରୁ ୧୦ ଟା ୩୦ ଯାଏ କ୍ଲାସ ହେବ । ପ୍ରତି କ୍ଲାସ୍ ଅଧଘଣ୍ଟା ଲେଖାଏ ଚାଲିବ ।