ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ଆଜି ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା ଉତ୍ସବ । ଏହି ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ମହାପ୍ରଭୁଙ୍କ କୃପା ଓ ଆଶୀର୍ବାଦରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ । ଏହା ସହିତ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ଭରିଯାଉ ବୋଲି ଟ୍ବିଟ କରି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।
ତେବେ ଚଳିତ ବର୍ଷ କରୋନା ସଂକ୍ରମଣ ଭୟରୁ ବିନା ଭକ୍ତରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଉତ୍ସବ ଅନୁଷ୍ଠିତ ହେଉଛି । ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ ଶ୍ରୀଜିଉଙ୍କ ସ୍ନାନଯାତ୍ରା । ଶ୍ରୀମନ୍ଦିର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦ ଧ୍ବନି ପୂର୍ବକ 108 କଳସୀ ଜଳରେ ସ୍ନାନ କରାଯାଏ । ଯାହାପରେ ମହାପ୍ରଭୁ ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ଅତ୍ୟଧିକ ସ୍ନାନ କରିଥିବା ଯୋଗୁଁ 15 ଦିନ ଜ୍ବରରେ ପଡି ଅଣସର ଘରେ ରୁହନ୍ତି ଚତୁର୍ଦ୍ଧାମୂର୍ତ୍ତି ।
ପବିତ୍ର ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପା ଓ ଆଶୀର୍ବାଦରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ଭରିଯାଉ। pic.twitter.com/GAzBeJriOp
— Naveen Patnaik (@Naveen_Odisha) June 24, 2021