ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣରେ ହ୍ରାସ ଘଟୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗିବା ପରିବର୍ତ୍ତେ ବଢିବାରେ ଲାଗିଛି । କିଛି ଦିନ ହେବ ପ୍ରତ୍ୟେକ ଦିନ ୫୦ ଉପରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି । ଯାହା ସରକାରଙ୍କ ଚିନ୍ତାର କାରଣ ସାଜିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୫୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ତେବେ କରୋନା ମୃତକଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ରହିଛନ୍ତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ, ଅନୁଗୁଳ ଓ ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।