ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ବର: ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାଷଣ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୩୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଛନ୍ତି। ସେପଟେ ଆଉ ୫୮ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ, ବରଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଏଁ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ, ଢେଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାସହ ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୩୭ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୬ ହଜାର ୩୬୪ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୬ ହଜାର ୫୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ମୃତ୍ୟୁ ସଂଖ୍ୟା ୪୫୩୪ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୪୯୦୦୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି।