ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ବର: ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣେ ଲେଖାଏଁ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ପ୍ରାୟ କିଛି ଦିନ ହେବ ୬୫ ଉପରେ ରହୁଛି ମୃତ୍ୟୁ ସଂଖ୍ୟା।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୪୭,୮୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨,୨୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯,୧୮,୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୬୧ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।