ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର:ଗୁରୁବାର ସୁପ୍ରିମକୋର୍ଟରେ ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି କରାଯାଇଛି। ତେବେ ପରୀ ମା’ଙ୍କ ପକ୍ଷର ଓକିଲଙ୍କ ଯୁକ୍ତି ଶୁଣି ସାରିବା ପରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣିକୁ ଆସନ୍ତାକାଲି ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଥିବାର ସୂଚନା ମିଳିଛି। ପରୀ ମା’ଙ୍କ ପକ୍ଷରୁ ଓକିଲ ତଥା ବରିଷ୍ଠ ଆଇନଜୀବୀ ମହେଶ ଜେଠମାଲାନୀଙ୍କ ଯୁକ୍ତିକୁ ପ୍ରଥମେ ଶୁଣିଥିଲେ କୋର୍ଟ । ଏହି ଯୁକ୍ତି ଶୁଣିବା ପରେ ସୁପ୍ରିମକୋର୍ଟ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟର କପି ମାଗିଥିଲେ। ତେବେ ରାୟର କପି ମିଳିଲା ପରେ ଆସନ୍ତାକାଲି ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ସୂଚନା ଦେଇଛନ୍ତି।