ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ବିଶ୍ବବିଦ୍ୟାଳୟରେ ୧୦୦୭ଟି ପ୍ରଫେସର ପଦବୀ ଖାଲି ରହିଛି। ଏହା ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଡ.ଅରୁଣ ସାହୁ। ରାଜ୍ୟରେ ଖାଲି ପଡ଼ିଥିବା ପଦବୀ କୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ ଅମର ଶତପଥୀ। ଆଜି ଏହାର ଉତ୍ତର ରଖିଛନ୍ତି ଡ. ଅରୁଣ ସାହୁ। ରାଜ୍ୟରେ ବିଭିନ୍ନ ବିଶ୍ବବିଦ୍ୟାଳୟରେ ୧୦୦୭ଟି ପ୍ରଫେସର ପଦବୀ ଖାଲି ରହିଛି ବୋଲି ସୂଚନା ଦେଇଛନ୍ତି। ସେ ମଧ୍ୟରୁ ୧୬୬୦ଟି ଅଣଶିକ୍ଷକ ପଦବୀ ଖାଲି ରହିଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟରେ ୧୨୬ଟି ପ୍ରଫେସର ପଦବୀ, ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୧୮୮ଟି ପଦବୀ ଏବଂ ରମାଦେବୀରେ ୧୦୧ଟି ପ୍ରଫେସର ପଦବୀ ଖାଲି ରହିଛି । ଏବେ ଖାଲି ପଡିଥିବା ପଦବୀ ପାଇଁ ଚୟନ ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ଶିକ୍ଷାମନ୍ତ୍ରୀ ଅରୁଣ ସାହୁ ।