ସନ୍ଷ୍ଟାର ଟିଭି ବ୍ୟୁରୋ
ପୁରୀ :ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କର ରାଜରାଜେଶ୍ୱର ବେଶ । କାର୍ତ୍ତିକ ମାସ ପୂର୍ଣ୍ଣିମା ତିଥିରେ ପାରମ୍ପରିକ ରୀତି ମତେ ଏହି ବେଶ ଅନୁଷ୍ଠିତ ହୋଇଥାଏ । ଏହା ସୁନାବେଶର ଅନୁରୂପ । ଅତୀତରେ ଓଡ଼ିଶାର ବହୁ ରାଜା, ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଦାରୁବ୍ରହ୍ମ ରୂପୀ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ପରମ ସନ୍ତୋଷ ଲାଭ କରିବା ସଙ୍ଗେ ସଙ୍ଗେ ଠାକୁରମାନଙ୍କ ଉଦ୍ଦେଶ୍ୟରେ ନାନାଦି ରତ୍ନ ଅଳଙ୍କାର ଦାନ କରୁଥିଲେ ।
ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଗଡ଼ି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି ହରିଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘନଖ ମାଳି ଓ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଥାନ୍ତି । ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ସାହାଣମେଲା କରାଯାଇଥାଏ ।