ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ ଆଜି ଠାରୁ ବର୍ଷାର ବିସ୍ତୃତି ବଢ଼ିବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଓଡ଼ିଶା ଉପକୂଳ ଛୁଇଁବା ପ୍ରଭାବରେ ଆଜି ଉତ୍ତରଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବା ୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ପୂର୍ବ – କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର – ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଏହା ଦକ୍ଷିଣ – ପଶ୍ଚିମ ଆଡ଼କୁ ଢ଼ଳି ରହିଛି। ଯାହା ଫଳରେ ରାଜ୍ୟରେ ବର୍ଷା ବଢ଼ିବ । କେନ୍ଦ୍ରର ସୂଚନା ମୁତାବକ ସୁନ୍ଦରଗଡ଼ , ସମ୍ବଲପୁର , ଝାରସୁଗୁଡ଼ା , ବରଗଡ଼ , ସୋନପୁର , ନୂଆପଡ଼ା , ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ୮ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର । ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି । ସେହିଭଳି ୨୦ ତାରିଖ ଦିନ ନବରଙ୍ଗପୁର , ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କିନ୍ତୁ ଅନ୍ୟ ସମସ୍ତ ଜିଲ୍ଲାରେ ମଧ୍ୟମଧରଣର ବର୍ଷା ହେବ ବୋଲି କେନ୍ଦ୍ର କହିଛି ।