ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ଲକ୍ଷ ୨୩ହଜାର ୭୩୫କୁ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୩ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୪୯ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୯ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪ଜଣ , ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ,ବୌଦ୍ଧ ଜିଲ୍ଲାରୁ ଜଣେ,କଟକ ଜିଲ୍ଲାରୁ ୭୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ,ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମରୁ ୮ ଜଣ,ଜଗତସିଂହପୁର ଜିଲ୍ଲାରୁ ୩୪ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳରୁ୨ ଜଣ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ୨୬୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ,ନୟାଗଡ଼ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ୍ ପୁଲ୍ରୁ ୬୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧାମୋଟ ୧୦ଲକ୍ଷ୨୩ହଜାର୭୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫୯୩୦ଟି ଆକ୍ଟିଭ କେସ ରହିଥିବା ବେଳେ ୧୦୦୯୫୮୨ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୯୬୫୮୮୯୧ ସାମ୍ପୁଲ ଟେଷ୍ଟ ହୋଇଛି।