ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟରେ ଆଉ ୫୪୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୭୪ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନରୁ ୩୧୯ଜଣ ଓ ସ୍ଥାନୀୟ ସଂକ୍ରମଣ ୨୨୬ଜଣ ରହିଥିବା ଜଣାପଡ଼ିଛି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୫ହଜାର ୩୦୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୪୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍ରୁ ୫୦ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୫ହଜାର ୩୦୯ହୋଇଥିବାବେଳେ ୧୦ଲକ୍ଷ ୧୧ହଜାର ୪୮୨ଜଣ ସୁସ୍ଥ ହୋଇଛନ୍ତି।