ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟରେ ଆଉ ୫୬୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୬୩ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନରୁ ୩୨୮ଜଣ ଓ ସ୍ଥାନୀୟ ସଂକ୍ରମଣ ୨୩୭ଜଣ ରହିଥିବା ଜଣାପଡ଼ିଛି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୫ହଜାର ୩୦୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ, ନୂଆପଡା ଜିଲ୍ଲାରୁ ୩ ,ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ,, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ୍ ପୁଲ୍ରୁ ୫୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୫୮୭୪ଜଣ ହୋଇଥିବା ବେଳେ ୧୦୧୨୧୧୬ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୯୯୦୦୫୩୨ସାମ୍ପୁଲ ଟେଷ୍ଟ୍ ହୋଇଛି।