ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୦୫୧୮ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୧୮ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୫ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗିର ରୁ ଜଣେ, କଟକ ଜିଲ୍ଲାରୁ ୭୫ଜଣ,ଦେଓଗଡରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ , ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ,କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୦ଜଣ, କେରାପୁଟରୁ ୩ଜଣ,ମାଲକାନଗିରି ରୁ ଜଣେ,ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ,ପୁରୀ ଜିଲ୍ଲାରୁ ୧୩ଜଣ,ରାୟଗଡାରୁ ୨ଜଣ,ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍ରୁ ୫୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୦୫୧୮ଜଣ ହୋଇଥିବା ବେଳେ ୧୦୧୭୧୧୬ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୨୦୫୧୦୩୫୮ସାମ୍ପୁଲ ଟେଷ୍ଟ୍ ହୋଇଛି।