ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଲଘୁଚାପ ଅବପାତ ରୂପ ନେବା ପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁଛି । ସ୍ଥଳଭାଗ ଛୁଇଁବା ପରେ ପୁଣି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡୁକୁ ମୁହାଁଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହେବା ସମ୍ଭାବନା ରହିଛି ; ଘୂର୍ଣ୍ଣିବଳୟ ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡୁ , ଉପକୂଳ ଆନ୍ଧ୍ରପ୍ରଦେଶ ମଧ୍ୟ ଦେଇ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଛି । ଫଳରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କହିଛି ।