ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର : ଆସନ୍ତା ୨୯ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ କେନ୍ଦ୍ର। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉକ୍ତ ଲଘୁଚାପ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧ରୁ ୨ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି । ବାଲେଶ୍ଵର , ଚାନ୍ଦବାଲି , ଭୁବନେଶ୍ବର , ବାରିପଦା , ଝାରସୁଗୁଡା , କେନ୍ଦୁଝର , ହୀରାକୁଦ , ଭବାନୀପାଟଣା , ବଲାଙ୍ଗୀର , କୋରାପୁଟ , ଫୁଲବାଣୀ , ଟିଟିଲାଗଡସୋନପୁର ଏବଂ ବୌଦ୍ଧରେ ରାତି ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଛି । ବାକି ସ୍ଥାନ ଗୁଡିକରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ଉପରେ ରହିଛି । ଫଳରେ କେତେକ ସ୍ଥାନରେ ସ୍ବାଭାବିକ ଶୀତ ପଡୁଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ , ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ସ୍ଵାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ । ପରବର୍ତ୍ତୀ ସମୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ । ଆଜି ଫୁଲବାଣୀରେ ସର୍ବାଧିକ ତାପମାତ୍ରା ୩୨.୪ ଡିଗ୍ରୀ ଏବଂ ସବୁଠୁ କମ ରାତି ତାପମାତ୍ରା ଦାରିଙ୍ଗବାଡିରେ ୧୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ।