ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍ ପ୍ରଦାନ କରିଛନ୍ତି,ଆଜି ପଞ୍ଜିକୃତ ହକରମାନଙ୍କୁ କୋଭିଡ ସହାୟତା ରାଶି ୬ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି, ଏବଂ ଏହାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀଙ୍କ ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍ ପ୍ରସ୍ତୁତ କରାଯାଇ ପଞ୍ଜିକୃତ କରାଯାଇଛି,ପ୍ରତ୍ୟେକ ପଞ୍ଜିକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି, ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ହୋଇଛି ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି,ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି.. ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଖରା ବର୍ଷ ଓ ଶୀତ ଏବଂ କୋଭିଡ଼କୁ ଖାତିର ନ କରି ଘରେ ଘରେ ଖବର କାଗଜ ବଣ୍ଟନ କରଛନ୍ତି ହକରମାନେ..ଏଣୁ ତାଙ୍କୁ ସହାୟତା ମୋ ଦାୟିତ୍ୱ, ସେପଟେ ମୁଖ୍ୟମନ୍ତ୍ରୀଙ୍କ ଏହି ସହାୟତା ପାଇଁ ରାଜ୍ୟବ୍ୟାପୀ ବିଭିନ୍ନ ଜିଲାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଖବର କାଗଜ ବିତରକ