ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର:ରାଜ୍ୟରେ କୋଭିଡ ସଂକ୍ରମଣ ସଂଖ୍ୟା କ୍ରମାଗତ ଭାବେ ବଢ଼ିଚାଲିଛି। ଏହାସହ ରାଜ୍ୟରେ ଓମିକ୍ରନ ଆକ୍ରନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ ରାଜ୍ୟରେ ବଢ଼ି ଚାଲିଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦିନ ଅପରାହ୍ନ ୫ଟା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକ ଡାକିଛନ୍ତି। ରାଜ୍ୟରେ ବର୍ତ୍ତମାନ କୋଭିଡ ଆକ୍ରନ୍ତଙ୍କ ସଂଖ୍ୟା ୧୦ହଜାର ପାର କରୁଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଏକ ସମୀକ୍ଷା ବୈଠକ ଡାକିଛନ୍ତି। ଏଥିରେ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିବେ। ସୂଚନାମୁତାବକ ରାଜ୍ୟରେ କୋଭିଡର ସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ପାଇଁ କିଛି ଦିନ ପୂର୍ବେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ।