ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର:ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ । ୧୯୪୮ ମସିହା ଆଜିର ଦିନରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରାଯାଇଥିଲା । ତେବେ ଆଜି ବାପୁଙ୍କ ସମାଧି ପୀଠ ରାଜଘାଟରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ପ୍ରତିରକ୍ଷା ମନ୍ତ୍ରୀଙ୍କ ସମେତ ତିନି ସେନା ମୁଖ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେଥିଲେ ସତ୍ୟର ପୁଜାରୀ । ଅହିଂସା ଥିଲା ତାଙ୍କର ଅଳଙ୍କାର। ଆଜିର ଦିନରେ ତାଙ୍କର ତାଙ୍କର ଅବଦାନକୁ ଦେଶ ମନେ ପକାଇବା ସହ ଦେଶ ପାଇଁ ଜୀବନ ଉତ୍ସର୍ଗ କରିଥିବାରୁ ତାଙ୍କୁ ଶ୍ରଦ୍ଧାଞ୍ଜଳି ସାରା ଦେଶ ସୁମରଣ କରୁଛି। ଆଜିର ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗାନ୍ଧୀଜିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।