ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଆସନ୍ତା ୯ ଓ ୧୦ ତାରିଖରେ ରାଜ୍ୟରେ ପୁଣି ବର୍ଷା ହେବ । ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଝାରସୁଗୁଡ଼ା , ସମ୍ବଲପୁର ଓ ଦେବଗଡ଼ ସମେତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ଦାରିଙ୍ଗିବାଡ଼ିରେ ତାପମାତ୍ରା ଆଜି ୮ ଡିଗ୍ରୀକୁ ଖସିଛି । ଶନିବାରଠାରୁ ରାଜ୍ୟରେ ଶୀତ ଲହରୀ ଆରମ୍ଭ ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା କମିଛି। ୬ ଜିଲ୍ଲାର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛିପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାରେ ବର୍ଷା ଏବଂ ଝଡ ସମ୍ଭାବନା ରହିଛି। ଏହସହ ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା , ଝଡ , ବଜ୍ରପାତ ଓ କୁଆପଥର ସୃଷ୍ଟି ହେବାର ସମ୍ଭାବନା ରହିଛି। ରାଜ୍ୟର ଉପକୂଳବର୍ତୀ ଅଞ୍ଚଳରେ ଫେବୃଆରୀ ୧୦ ଏବଂ ୧୧ ତାରିଖରେ ଝଡ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ଠାରୁ ଦିନ ଏବଂ ରାତିର ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ଥିବା ବେଳେ ବର୍ଷା ଏବଂ ଝଡ ହେବା ଯୋଗୁଁ ରାତିର ତାପମାତ୍ରା କେତେକ ସ୍ଥାନରେ କମିବାର ସମ୍ଭାବନା ରହିଛି ।