ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ସୋମବାର ସକାଳେ ଓଡ଼ିଶାର ୫-ଟି ସଚିବ ଭିକେ ପାଣ୍ଡିଆନ୍ ଏକାମ୍ର ଅଞ୍ଚଳ ପରିଦର୍ଶନ କରି ଏକାମ୍ର କ୍ଷେତ୍ର ପ୍ରକଳ୍ପର ସ୍ଥିତି ତଦାରଖ କରିଛନ୍ତି । ତାଙ୍କ ସହ ବରିଷ୍ଠ ଅଧିକାରୀମାନେ ମଧ୍ୟ ଏହାର ଅଗ୍ରଗତି ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି। ଦୋକାନୀଙ୍କ ଥଇଥାନ କାମକୁ ତ୍ୱରାନ୍ୱିତ କରିବାକୁ ୫ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡା ଖୁବଶୀଘ୍ର ବିକଳ୍ପ ରାସ୍ତାର ଉନ୍ନତିକରଣ ସହ ସ୍ୱଚ୍ଛତା ଉପରେ ଧ୍ୟାନ ଦେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଅଞ୍ଚଳର ସୌନ୍ଦର୍ଯ୍ୟକରଣ ନିମନ୍ତେ ଉଚ୍ଛେଦ ହୋଇଥିବା ଦୋକାନୀମାନଙ୍କ ଥଇଥାନ କାର୍ଯ୍ୟ ତ୍ୱରାନ୍ଵିତ କରିବା ଲାଗି ସମ୍ପୃକ୍ତ ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ସେ ନିର୍ଦେଶ ଦେଇଛନ୍ତି । ବିକଳ୍ପ ରାସ୍ତା ନିର୍ମାଣ ଓ ଭଙ୍ଗାରୁଜା ଆବର୍ଜନା ସଫେଇ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ଓ୍ଵାର୍କସ୍ ଡିପାର୍ଟମେଣ୍ଟର ସଚିବ କିଷନ୍ କୁମାର, ବିଏମ୍ସି କମିସନର୍ ପ୍ରେମ୍ ଚନ୍ଦ୍ର ଚୌଧୁରୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ସେଠାରେ ଉପସ୍ଥିତ ଥିଲେ।