ସନଷ୍ଟାର ଟିଭି ବ୍ୟୁରୋ
କଟକ : ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦେଶକ୍ରମେ ଆଜି ଠାରୁ ୧୦୬ ପୌରାଞ୍ଚଳ ସମେତ କଟକ ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ତେବେ ଗିରିବାଳା ବେହେରାଙ୍କୁ କଟକ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଛି କଂଗ୍ରେସ । ପୌର ନିର୍ବାଚନ ପାଇଁ ବସିଥିବା ପ୍ରାର୍ଥୀ ଚୟନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କଂଗ୍ରେସ କାର୍ଯ୍ୟକାରୀ ସଭାପତି ଚିରଞ୍ଜିବୀ ବିଶ୍ୱାଳ ଏନେଇ ସୂଚନା ଦେଇଛନ୍ତି । ଆସନ୍ତା୯ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ । ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ ତାରିଖ ୧୪ ରହିଛି । ଏବଂ ସେହିଦିନ ଚୂଡ଼ାନ୍ତ ପ୍ରାର୍ଥୀଙ୍କ ନାମ ତାଲିକା ପ୍ରକାଶ ପାଇବ । ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ଅନୁଷ୍ଠିତ ହେବ । ଆସନ୍ତା ୨୬ରେ ଭୋଟ ଗଣତି ହେବା ସହ ଫଳ ପ୍ରକାଶ ପାଇବ ।