ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି । ସେଠାରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟବିଚାରପତିଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏପ୍ରିଲ ୩୦ ପୂର୍ବାହ୍ନ ୧୦ଟାରେ ବିଜ୍ଞାନ ଭବନ ପରିସରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ମିଳିତ ସମ୍ମିଳନୀରେ ଯୋଗଦେବେ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ପ୍ରଧାନ ବିଚାରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମେ ‘ ୨ ତାରିଖରେ ଭାରତ ସରକାରଙ୍କ ଅନୁମତି ଅପେକ୍ଷାରେ ପଡ଼ି ରହିଥିବା ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ୩ ଅପରାହ୍ନରେ ସେ ଭୁବନେଶ୍ବର ଫେରିବେ ।