ସନଷ୍ଟାର ଟିଭି ବ୍ୟୁରୋ;
ଭୁବନେଶ୍ୱର:ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତି ର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ଗତକାଲି ବିୟୋଗ ହୋଇଯାଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି।ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା। ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାର ରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ।ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକ ସନ୍ତପ୍ତ ପରିବାର କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି। ଏହାସହ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।