ସନଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା | ପ୍ରଧାନମନ୍ତ୍ରୀ ଶେଖ ହସିନା ସୋମବାର ଭାରତରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା | ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବ୍ୟାପକ ଆଲୋଚନା କରିବେ ଶେଖ ହସିନା | ପରେ ପ୍ରତିରକ୍ଷା, ବାଣିଜ୍ୟ , ରେଳବାଇ ଏବଂ ନଦୀ ଜଳ ବଣ୍ଟନ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ଉଭୟ ପକ୍ଷ ଏକ ପଦକ୍ଷେପ ଗ୍ରହଣ କରିବାର ସମ୍ଭାବନା ରହିଛି। ଦାରିଦ୍ର୍ୟ ଦୂରୀକରଣ ପାଇଁ ଦୁଇ ଦେଶ ଏକାଠି ଲଢିବୁ ବୋଲି କହିଛନ୍ତି ଶେଖ ହସିନା |
ରିପୋର୍ଟ ; ଦୀପା ପ୍ରଧାନ