ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତା ଅକ୍ଟୋବର ୧ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ହେବ । ଫଳରେ ଏହା ଲଘୁଚାପ ରୂପ ନେଇପାରେ । ଲଘୁଚାପ ଯୋଗୁ ୨ ଓ ୩ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର|
ସୋଆ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବାକୁ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏହାର ପ୍ରଭାବରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଉତ୍ତର ଓଡ଼ିଶାରେ ବି ବର୍ଷା ହୋଇପାରେ । ୩ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ ।
ରିପୋର୍ଟ : ଦୀପା ପ୍ରଧାନ