ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆଜି ମାର୍ଗଶିରମାସ ପ୍ରଥମ ଗୁରୁବାରରେ ପ୍ରଥମ ଥର ପାଇଁ ମାଣ୍ଡିଆ ଚାଷକୁ ସାରା ରାଜ୍ୟରେ ପାଳନ ହେଉଛି ମାଣ୍ଡିଆ ଚାଷକୁ ଦିବସ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କ ମଧ୍ୟରେ ମନଦିଆରୁ ପ୍ରସ୍ତୁତ ଖାଦ୍ୟର ଗ୍ରହଣିଆଟା ବୃଦ୍ଧି କରିବା ପାଇଁ ମାଣ୍ଡିଆ ଦିବସ ପାଳନ କରିବାକୁ ଯୋଜନା କରାଯାଇଛି | ମୁଖ୍ୟମନ୍ତ୍ରୀ ଙ୍କ ନିଦେଶ କ୍ରମେ ଓଡିଶା ଭାରତ ପ୍ରଥମ ରାଜ୍ୟ ଭାବେ କୃଷି ବିଭାଗ ଅଧୀନରେ ଓଡିଶା ମିଲେଟ ମିଶନ ପକ୍ଷରୁ ଏହି ଦିଵଶ ପାଳନ କରାଯାଉଛି | ଏଥିପାଇଁ ମାଣ୍ଡିଆର ମହତ୍ୱା ପ୍ରତି ଜନସଚେତନା ବୃଦ୍ଧି ନିମନ୍ତେ ମାଣ୍ଡିଆ ରଥ ପରିଭ୍ରମଣ କରୁଛି | ଘରେ ଘରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ପହଂଚାଇବା ପାଇଁ ପ୍ରୟାସ କରାଯାଇଛି |
ରାଜ୍ୟ ସରକାର ମାଣ୍ଡିଆ ଚାଷ ନିମନ୍ତେ ୩ବର୍ଷ ପାଇଁ ହେକ୍ଟର ପିଛା ୧୦ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରି ୫ବର୍ଷ ପାଇଁ ହେକ୍ଟର ପିଛା ୨୬ହଜାର ୫୦୦ ଟଙ୍କା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ଉନ୍ନତମାନର ବିହନ ଯୋଗାଇ ଦେବାର ବ୍ୟବସ୍ଥା ମଧ୍ୟ କରାଯାଇଛି । ଏହା ସହିତ ବର୍ଷାପୁଷ୍ଟ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ପାଇଁ ପଦକ୍ଷେପ ନିଆଯାଇଛି ଓ ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଉଛି ।
ରିପୋର୍ଟ: ଦୀପା ପ୍ରଧାନ