ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫ଟି ଶ୍ରୀ ଭି. କେ ପାଣ୍ଡିଆନ୍ ଆଜି ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ | ୫ଟି ଉପକ୍ରମରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡର ସଭ୍ୟ , ସେବାୟତ ,ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହ ଶ୍ରୀ ପାଣ୍ଡିଆନ୍ ଆଲୋଚନା କରିଥିଲେ | ପନ୍ଦର ଦିନ ମଧ୍ୟରେ ଏ ସମ୍ପର୍କରେ ଏକ ବିସ୍କ୍ରୁତ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିବାକୁ ଜିଲ୍ଲାପାଳଙ୍କୁ ଶ୍ରୀ ପାଣ୍ଡିଆନ୍ କହିଥିଲେ |
ଏହି ଆଲୋଚନାରେ ମୁଖ୍ୟତଃ ସ୍ଵର୍ଗଦ୍ଵାରର ବିକାଶ , ନଦୀ ସମୁଖ ଭାଗର ଉନ୍ନତିକରଣ, ଯାତ୍ରୀ ମାନଙ୍କ ପାଇଁ ବିଭିନ୍ନ ଭିତ୍ତିଭୂମି ସୁବିଧାର ବିକାଶ ,ଯାତ୍ରୀ ନିବାସ ନିର୍ମାଣ ଏବଂ ଲାଇଟ ଏବଂ ସାଉଣ୍ଡ ବ୍ୟବସ୍ଥା ଉପରେ ଆଲୋକପାତ କରାଯାଇଥିଲା | ବେଦ ବ୍ଯାସ ଓଡ଼ିଶାର ଏକ ପ୍ରମୁଖ ତୀର୍ଥ ସ୍ଥାନ | ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଯାତ୍ରୀ ଏପୀଠକୁ ଆସିଥାନ୍ତି | ତେଣୁ ଏ ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ଠାର ସହ ଉଦ୍ୟମ ଜାରି ରଖିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରିଥିଲେ |
ଏ ପୀଠର ରୂପାନ୍ତର କରି ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସରକାରଙ୍କ ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ | ଏହି ପରିଦର୍ଶନ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ପରାଗ ଗଭାଲି ରାଉରକେଲା ମୁନିସିପାଲ କମିଶନର ଶ୍ରୀ ଶୁଭଙ୍କର ମହାପାତ୍ର ପ୍ରମୂଖ ଉପସ୍ଥିତ ଥିଲେ |
ରିପୋର୍ଟ:ଦୀପା ପ୍ରଧାନ