ସନଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ : କେନ୍ଦ୍ର ସରକାର ବିରୋଧରେ ସମର୍ଥନ ଗୋଟାଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଆଜି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବେ କେଜ୍ରିଓ୍ବାଲ। କେନ୍ଦ୍ରର ଅସାମ୍ବିଧାନିକ ଓ ଗଣତନ୍ତ୍ର ବିରୋଧୀ ଅଧ୍ୟାଦେଶ ବିରୋଧରେ ସମର୍ଥନ ଦେବାକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଦଳମୁଖ୍ୟଙ୍କୁ ଭେଟୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ।
ପୂର୍ବରୁ ବିହାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ କେଜ୍ରିଓ୍ବାଲ ଭେଟିଥିବା ବେଳେ ସେମାନେ କେନ୍ଦ୍ର ବିରୋଧରେ ଆପକୁ ସମର୍ଥନ ଦେଇଥିବା ଘୋଷଣା କରିଛନ୍ତି । ସେହିପରି ଏନସିପି, ଶିବସେନା, ସିପିଆଇଏମ ସୁପ୍ରିମୋ ମଧ୍ୟ ଆମ ଆଦମୀ ପାର୍ଟିକୁ ସମର୍ଥନ ଜଣାଇଛନ୍ତି । ଗତ ମେ’ ୧୯ ତାରିଖରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦିଲ୍ଲୀରେ ଏକ ଅଧ୍ୟାଦେଶ ପାସ୍ କରିଥିଲେ କେନ୍ଦ୍ର ସରକାର । ସରକାରୀ କର୍ଚାରୀଙ୍କ ନିଯୁକ୍ତି ଓ ବଦଳି କ୍ଷମତା ନିର୍ବାଚିତ ସରକାରଙ୍କର ବୋଲି ସୁପ୍ରିମକୋର୍ଟ ରାୟ ଦେବା ପରେ କେନ୍ଦ୍ର ଏହି ଅଧ୍ୟାଦେଶ ଜାରି କରିଥିଲେ ।
ଏହା ସହ ମଧ୍ୟ କେଉଁଭଳି ଭାବରେ ତୃତୀୟ ସାମୁଖ୍ୟରେ ଅଧିକରୁ ଅଧିକ ଆଞ୍ଚଳିକ ରାଜନୈତିକ ଦଳ ଯୋଡି ହୋଇ ପାରିବେ ସେ ନେଇ ମୁଖ୍ୟ ଭୂମିକା ତୁଲାଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୀୱାଲ ।