ସନଷ୍ଟାର ଟିଭି ବ୍ୟୁରୋ
କିମ୍ବଦନ୍ତି ଅନୁଯାୟୀ ପଂଚଦଶ ଶତାଦ୍ଦୀରେ ମରାଠା ମହାଗାଣପତ୍ୟ ସଂପ୍ରଦାୟର ବ୍ରାହ୍ମଣ ପଣ୍ଡିତ ଶ୍ରୀ ଗଣପତି ଭଟ୍ଟ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଆସିଥିଲେ । ସ୍ନାନ ପୂର୍ଣ୍ଣିମାରେ ଚତୁର୍ଦ୍ଧା ମୂର୍ତିଙ୍କୁ ସେ ଦର୍ଶନ କଲେ ସତ ,ହେଲେ ତାଙ୍କ ମନ ବୁଝିଲା ନହିଁ । ମନେ ମନେ ସେ କହିଥିଲେ ମୁଁ ମୋର ଆରାଧ୍ୟ ଦେବତାଙ୍କ ବେଶରେ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଇଚ୍ଛା ପ୍ରକାଶ କରିଥିଲି । ହେଲେ ତାହା ହେଲା ନାହିଁ । କାରଣ ସେ ମହାପ୍ରଭୁଙ୍କୁ ଗଣପତି ବେଶରେ ଦେଖିବାକୁ ଚାହୁଁଥିଲେ । ଦୁଃଖରେ ଫେରିଯାଉଥିବା ବେଳେ ଶୂନ୍ୟବାଣୀ ହେଲା । ଏବଂ ପରେ ସେହି ଦିନଠାରୁ ହିଁ ମହାପ୍ରଭୁ ଜଗନ୍ନାଥ କୃଷ୍ଣ ଗଣପତି ରୂପରେ ଓ ପ୍ରଭୁ ବଳଭଦ୍ର ଧବଳ ଗଣପତି ରୂପରେ ଦର୍ଶନ ଦେଇଥିଲେ ।
ସେହି ଦିନଠାରୁ ଶ୍ରୀ ଗଣପତି ଭଟ୍ଟଙ୍କ ‘ ଗଣପତି ବେଶ’ ସ୍ମାରକୀ ସ୍ୱରୂପ ଏହି ବେଶ ହୋଇଆସୁଛି । ମହାସ୍ନାନ ହେବା ପରେ ଠାକୁରଙ୍କ ପାଖରେ ଭୋଗ ହୋଇଥାଏ । ଏହାପରେ ଦର୍ଶନ ପାଇଁ ସର୍ବସାଧାରଣଙ୍କୁ ଅନୁମତି ଦିଆଯାଏ । ତେବେ ଆଜି ମଧ୍ୟ ଠାକୁରଙ୍କୁ ପାଖରେ ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବାର ବିଧି ରହିଛି ।