ସନ୍ଷ୍ଟାର ଟିଭି ବ୍ୟୁରୋ
image courtesy: nandigosh
ପୁରୀ: ଆସନ୍ତା ୨୩ ତାରିଖରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର । ତେବେ ମନ୍ଦିର ଖୋଲିବା ପୂର୍ବରୁ ସେଠାକୁ ଯାଇ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି 5-T ସଚିବ ଭିକେ ପାଣ୍ଡିଆନ୍ । ଆଜି ଭୋର ୫ଟା ସମୟରେ ଶ୍ରୀମନ୍ଦିରରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ତଦାରଖ ।
ସୂଚନା ଅନୁସାରେ ଏହି ସମୟରେ ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ପୁରୀ ଜିଲ୍ଲାପାଳ ଓ ଏସପି ଉପସ୍ଥିତ ଥିଲେ । ଏଥିସହ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟାର ମଧ୍ୟ ସମୀକ୍ଷା କରିଛନ୍ତି ୫T ସଚିବ । ।
ଦର୍ଶନ ବ୍ୟବସ୍ଥା ପାଇଁ ଏସଓପି ଜାରି କରାଯାଇଛି । ପ୍ରଥମ ଦୁଇଦିନ ସେବାୟତ ପରିବାର ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ କେବଳ ପୁରୀ ସହରବାସୀ । ପରବର୍ତ୍ତୀ ପର୍ଯ୍ୟାୟରେ ସମସ୍ତ ଶ୍ରଦ୍ଧାଳୁ ପତିତପାବନଙ୍କୁ ଦର୍ଶନ କରିପାରିବେ ।