ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ସଂଧ୍ୟାରେ ବୈଠକ ବସିିବ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । ଆସନ୍ତା ୨୨ ତାରିଖରେ ଆରମ୍ଭ ହେବାକୁ ଥିବା ବିଧାନସଭାରେ ମୌସୁମୀ ଅଧିବେଶନରେ ଅତିରିକ୍ତ ବଜେଟ ୨୦୨୩-୨୪ ଆଗତ ହେବ । ଏହି କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିବା ସମ୍ଭାବନା ଅଛି । କୃଷି, ମହିଳା ଓ ଯୁବ ବିକାଶ ଏବଂ ସାମାଜିକ କଲ୍ୟାଣ କ୍ଷେତ୍ରରେ ବିକାଶ କ୍ୟାବିନେଟ ବୈଠକର ଏଜେଣ୍ଡାରେ ରହିବା ସୁତ୍ରରୁ ଜଣାପଡିଛି ।