ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ କନ୍ୟା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ । ଗୀତାଙ୍କ ଦେହାନ୍ତ ଖବର ଜଣାପଡ଼ିବା ପରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ୍ କରି ଶୋକ ପ୍ରକାଶ କରିଛନ୍ତି । ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୋକବ୍ୟକ୍ତ କରିଛନ୍ତି ।
ଗୀତାଙ୍କ ପରଲୋକରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଶୋକ ପ୍ରକାଶ କରିବା ସହ ତାଙ୍କ ବିୟୋଗରେ ଓଡ଼ିଶା ଏକ ଉଜ୍ଜଳ ବ୍ୟକ୍ତିତ୍ୱଙ୍କୁ ହରାଇଲା ବୋଲି କହିଛନ୍ତି । ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟ ଗଡର ରାଣୀ ସାହେବା ଭି.ସୁଜ୍ଞାନ କୁମାରୀ ଦେଓ ଶୋକବ୍ୟକ୍ତ କରିବା ସହ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି କହିଛନ୍ତି ।
ସେହିପରି ଗୀତାଙ୍କ ପରଲୋକରେ ସାଂସଦ ମୁନ୍ନା ଖାଁ, ସାଂସଦ ସୁଜିତ କୁମାର, ସାଂସଦ ଶର୍ମିଷ୍ଠା ସେଠୀ ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଧ୍ୟ ଗୀତାଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ।