ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ପ୍ରଭାବରେ ଆଜିଠୁ ୪ ଦିନ ପର୍ଯ୍ୟନ୍ତ ନିର୍ଦ୍ଧୁମ୍ ଛେଚିବ। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ଢେଙ୍କାନାଳକୁ ସତର୍କତା ଜାରି ହୋଇଛି। ଅଧିକାଂଶ ସ୍ଥାନରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ସହରାଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ଉପୁଜିପାରେ। ସେହିପରି ଆସନ୍ତାକାଲି ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୨୦ ତାରିଖରେ ୨୨ଟି ଜିଲ୍ଲା ଏବଂ ୨୧ ତାରିଖରେ ୧୨ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବା ସହ ଦକ୍ଷିଣ-ପୂର୍ବ ରାଜସ୍ଥାନ ଏବଂ ପଶ୍ଚିମ ମଧ୍ୟପ୍ରଦେଶ ଉପରେ ରହିଛି।