ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ସୁଦାମ ମାରାଣ୍ଡିଙ୍କୁ ମିଳିଲା ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଅଛନ୍ତି ସୁଦାମ ମାରାଣ୍ଡି। ନିର୍ବାଚନକୁ ଆଉ କିଛି ଦିନ ବାକି ଥିବା ବେଳେ ପୁଣି ଜଣେ ମନ୍ତ୍ରୀଙ୍କୁ ଟିମରେ ସାମିଲ କରିବା ବଦଳରେ ପୂର୍ବରୁ ଥିବା ମନ୍ତ୍ରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ନବୀନ।
୨୦୧୯ରେ କ୍ୟାବିନେଟ ମନ୍ତ୍ରୀ ହୋଇ ରାଜସ୍ୱ ବିଭାଗ ପାଇଥିଲେ ସୁଦାମ। ଗତ ବର୍ଷ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସେ ବାଦ ପଡିଥିଲେ। କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଥିଲେ।