ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟକୁ ଆସୁଛି ବଡ଼ ବର୍ଷା। ମିଆଁମାର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗୁରୁବାର ଏହା ଲଘୁଚାପର ରୂପ ନେଇପାରେ। ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହେବ। ଏହା ପ୍ରଭାବରେ ଆଜିଠୁ ୩ ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି। ସେହିଭଳି ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କାଲି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ୧ ତାରିଖରେ ଆହୁରି ବଢିବ ବର୍ଷା। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ। ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।