ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ବିଶ୍ରାମ ନେବେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ପାରାଦୀପରେ ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡ୍ରେ ସେନା ହେଲିକପ୍ଟର ମକ୍ଡ୍ରିଲ୍ କରିଛି। କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂ ମଧ୍ୟ ପାରାଦୀପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।
ଆଜି ପୁଣି ଥରେ ସ୍ପଟ୍ ରିହର୍ସଲ କରିବ ପୋଲିସ। ହେଲିପ୍ୟାଡ୍ରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ମୁତୟନ ରହିବେ ପୋଲିସ ଫୋର୍ସ। ଏସ୍ପିଙ୍କ ସମେତ ୫ କମାଣ୍ଡାଣ୍ଟ ରାଙ୍କ୍ ଅଫିସର, ୧୩ ଡିଏସ୍ପି ଏବଂ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ।