ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୪ ଟା ୫୦ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଯାଇ ଶ୍ରୀସେତୁ ନିକଟ ହେଲିପ୍ୟାଡରେ ଅବତରଣ କରିବେ। ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିର ଯିବେ ନବୀନ । ମହାପ୍ରଭୁଙ୍କୁ ଦର୍ଶନ କରି ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବାଟରେ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ ନବୀନ। ଗତ ୧୭ ତାରିଖରେ ଲୋକାର୍ପିତ ହୋଇଥିଲା ପରିକ୍ରମା ପ୍ରକଳ୍ପ। ଲୋକାର୍ପଣ ପରେ ପରିକ୍ରମା ମାର୍ଗରେ ପ୍ରଦକ୍ଷିଣ କରିଥିଲେ ମୁଖ୍ୟମନ୍ତ୍ରୀ ।