ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନତା ପାଇବେ ବିକାଶ ସହ ରୂପାନ୍ତରିତ ଓଡିଶାର ବାର୍ତ୍ତା। ରାଜ୍ୟର ଲୋକ କଳାକାର ମାନଙ୍କ ଜରିଆରେ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ ଚାଲିବ । ଏହାଦ୍ବାରା ଜନସାଧାରଣ ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ଜାଣିବା ସହିତ ସରକାରଙ୍କ କାର୍ଯ୍ୟକ୍ରମରେ ଓ ବିକାଶ କାର୍ଯ୍ୟକ୍ରମରେ ସହଭାଗୀ ହୋଇପାରିବେ।
ଏହି ଅଭିଯାନରେ ରାଜ୍ୟର ୫୧ ହଜାର ୧୬୮ଟି ଗାଁରେ ଏକ ମାସ ମଧ୍ୟରେ ଦୁଇ ଲକ୍ଷରୁ ଅଧିକ କାର୍ଯ୍ୟକ୍ରମ କରାଯିବ। ସେନେଇ ୨୨ ହଜାର ଲୋକ କଳାକାର ଦଳ ସମଗ୍ର ରାଜ୍ୟରେ ପଞ୍ଜୀକୃତ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲୋକ କଳାକାର ମାନଙ୍କର ଖୁବ ପ୍ରଶଂସା କରିବା ସହ କହିଥିଲେ ଯେ ଆମର ଲୋକ କଳାକାର ମାନେ ବହୁତ ଭଲ କାମ କରୁଛନ୍ତି। ଏହାଦ୍ୱାରା ଆମ କଳାକାରମାନେ ରୋଜଗାର ପାଇବା ସହ ଲୋକକଳାର ଆଦର ମଧ୍ୟ ବଢୁଛି ।