ଭିଜିଲାନ୍ସ ଜାଲରେ ବୌଦ୍ଧ ଆରଟିଓ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ରଙ୍କ ୧୦ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।
ବୌଦ୍ଧ, ଗଞ୍ଜାମ ଏବଂ ଭୁବନେଶ୍ୱର ସମେତ ଏକାଧିକ ସ୍ଥାନରେ ଚାଲିଛି ଚଢ଼ଉ । ଏହି ଚଢଉରେ ଦୁଇ ଜଣ ଅତିରିକ୍ତ DSP, ୬ ଜଣ DSP, ୬ଜଣ ଇନ୍ସିପେକ୍ଟର ଏବଂ ଅନ୍ୟାନ୍ୟ ଭିଜିଲାନ୍ସ ଅଧିକାରୀ ସାମିଲ ହୋଇଛନ୍ତି।
ବୌଦ୍ଧ RTO ଅଫିସ ସମେତ ଭଞ୍ଜନଗରର ପୈତୃକ ଘର, ବ୍ରହ୍ମପୁରର ସମ୍ପର୍କୀୟଙ୍କ ଘର, ବୌଦ୍ଧର ଭଡାଘର, ରଙ୍ଗମାଟିଆର ହରପ୍ରିୟା ଏନକ୍ଳେଭରେ ଫ୍ଲାଟ, ଶୈଳଶ୍ରୀବିହାର ୱେଷ୍ଟ ଏଣ୍ଡ ଆପାର୍ଟମେଣ୍ ରେ ଫ୍ଲାଟ, କଳ୍ପନା ରୟାଲ ରେସିଡେନ୍ସୀରେ ଥ୍ରୀ BHK ପ୍ଲାଟ, କଳାରାହାଙ୍ଗ Z1 ଆପାର୍ଟମେଣ୍ଟରେ ଫ୍ଲାଟ, ଉତ୍କଳ କନିକା ଗେଲେରିଆରେ ଦୁଇଟି କମରସିଆଲ ସପିଙ୍ଗ କମ୍ପ୍ଲେକ୍ସ, ପାହାଳ ଉତ୍କଳ ସିଗ୍ନେଚରରେ ଗୋଟିଏ ରୁମ ଠାବ କରିଛି ଭିଜିଲାନ୍ସ।