Sunstar Tv
CM Naveen Patnaik: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିର ର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବର ର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁର ର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା।
୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।